ବୁଧବାର, 9 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ ।

ବୃଷ

ଶାରିରୀକ ଅସୁସ୍ଥତା ଦୂରହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ମହିଳାମାନେ ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ ।

ମିଥୁନ

ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ । ଶତୃମାନେ ପରାଜିତ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ ।

କର୍କଟ

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ । ମହିଳାମାନେ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ।

ସିଂହ

ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ । ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ । ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ରାଜନେତାମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ । ପ୍ରତିକାର : ଷଣ୍ଢକୁ କିଛି ଖୁଆନ୍ତୁ ।

କନ୍ୟା

ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହେବ । ପରୀକ୍ଷାରେ ସଫଳ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ମାନସିକ ଅଶାନ୍ତି ଦୂରେଇଯିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।

ତୁଳା

ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ଋଣ ଭାରରୁ ମୁକ୍ତି ପାଇବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ ।

ବିଛା

କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ସୁଖ ସମ୍ପଦ ପ୍ରାପ୍ତି, ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପାରିବେ ଓ ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ।

ଧନୁ

ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବସାୟରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ ଓ ଉନ୍ନତି ହେବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରତିକାର: ଭୋକିଲା ଲୋକଙ୍କୁ ଖୁଆନ୍ତୁ ।

ମକର

ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ । ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି ।

କୁମ୍ଭ

ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ଯୁବକ ଯୁବତୀମାନେ ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇବେ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଦାମ୍ପତ୍ୟ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ମଧୁର ସ୍ଵାଦ ଅନୁଭବ କରିବେ । ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ

ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର: ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

Leave a Reply

Your email address will not be published. Required fields are marked *