ମଙ୍ଗଳବାର, 13 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ବୃଷ

ଶତୃମାନେ ପରାଜିତ ହୋଇ ମଥାନତ କରିବେ । ନୂତନ କର୍ମ ପ୍ରାପ୍ତି ହେବ ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବାସହ ନୂତନ ଜାଗାର ନିମନ୍ତ୍ରଣ ବା ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ ।

ମିଥୁନ

ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବ୍ୟବସାୟରେ ପ୍ରଚୁର ଲାଭ ହେବା ଫଳରେ ମନର ଅଶାନ୍ତି ଦୂରହେବ । ସନ୍ତାନମାନଙ୍କ ଉନ୍ନତିପାଇଁ ଚିନ୍ତିତ ରହିବେ । ରାଜନୀତିରେ ସବୁଆଡକୁ ନଜର ଦେଇ କାମ କଲେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ଫାଇଦା ଉଠାଇବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କର୍କଟ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ ହେବ । ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । କର୍ମକ୍ଷେତ୍ରରେ ବନ୍ଧୁ ଲାଭ ଓ ଦୂରଯାତ୍ରା କରି ମନ ଖୁସି ରହିବ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ପାଇ ପୂର୍ବ ସମସ୍ୟାର ସମାଧାନ ହେବ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ନୂତନ ସଂସ୍ଥାର ଆୟୋଜନ କରିବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ ।

ସିଂହ

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ ଓ ଭୟ ସତ୍ତ୍ୱେ ଜୟହେବ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

କନ୍ୟା

ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ । ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟୟ ଅପେକ୍ଷା ଆୟ ଅଧିକହେବ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବାକିଥିବା ଅର୍ଥ ପାଇବେ ।

ତୁଳା

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ସଫଳ ହେବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତି ଯୋଗିତାରେ ଆଶା ମୁତାବକ ଫଳ ପାଇବେ । କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇପାରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ମାଲିମୋକଦ୍ଦମାରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ ।

ବିଛା

ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ଗୃହନିର୍ମାଣ, ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଆକସ୍ମିକ ଧନପ୍ରାପ୍ତିହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବା ସହ ଉନ୍ନତିହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ନିଜେ ଗାଡ଼ି ଚଳାନ୍ତୁ ନାହିଁ ।

ଧନୁ

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଶୁଭ ସମାଚାର ମିଳିବ ଓ ଅନେକ ଶୁଭହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟ କ୍ଷେତ୍ରରେ ଅର୍ଥଲାଭର ମାର୍ଗ ଖୋଲିଯାଇ ଉନ୍ନତିହେବ । ମହିଳାମାନେ ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ବିଦ୍ୟାରେ ମନଯୋଗ ଦେଇ ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ ।

ମକର

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ ।

କୁମ୍ଭ

ଦାମ୍ପତ୍ୟ କଳହ ମେଣ୍ଟିଯିବ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପରେ । ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ଯୋଗେ ସଫଳତା ମିଳିବ । ବିଦ୍ୟୂତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କ ରହିବା ଉଚିତ୍ । ପାରିବାରିକ କ୍ଷେତ୍ରରେ ମନକୁ ଆଘାତ ଲାଗିଲାପରି କଥା ଶୁଣିବେ । ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ।

ମୀନ

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ବିଦେଶ ଯାତ୍ରାରେ ସଫଳ ହେବେ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ମନ ଶରୀର ଭଲ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ ।

Leave a Reply

Your email address will not be published. Required fields are marked *