ମଙ୍ଗଳବାର, 14 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ସୁଧୁରିବ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ମହିଳାମାନେ ଧର୍ମପରାୟଣା ଓ ପ୍ରିୟବାଦିନୀ ହେବେ । ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ ।

ବୃଷ

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବିଦ୍ୟାରେ ମନଯୋଗ ଦେଇ ପ୍ରଶଂସିତ ହେବେ । ଆର୍ଥିକଦିଗରୁ ସୁବିଧାହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ ।

ମିଥୁନ

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ ।

କର୍କଟ

ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ ।

ସିଂହ

ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପନିପରିବା ଫସଲ ଆମଦାନୀରେ ଖୁସି ରହିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ବହୁତ ବ୍ୟୟ କରିବସିବେ ।

କନ୍ୟା

ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ପ୍ର

ତୁଳା

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ ।

ବିଛା

ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନିଜ ଲୋକ ମନମୋଟିଆ ହେବେ । ମହିଳାମାନଙ୍କର ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ତମ ରୋଜଗାର କରିପାରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।

ଧନୁ

ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟୟ ଅଧିକ ହେତୁ ବଜେଟ ବୃଦ୍ଧି ହେବ । ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ । ଆଳସ୍ୟପରାୟଣ ବୃଦ୍ଧି ପାଇବ । ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ । ନିଜ ଲୋକମାନେ ବିଶ୍ଵାସ ଘାତକତା କରିବେ ।

ମକର

ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

କୁମ୍ଭ

ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ।

ମୀନ

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । କାର୍ଯ୍ୟ ପୁରଣ ହୋଇ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ।

Leave a Reply

Your email address will not be published. Required fields are marked *