ମଙ୍ଗଳବାର, 16 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ମହିଳାମାନେ ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ୱସ୍ତି ଅନୁଭବ କରିବେ ଓ ବ୍ରତ, ଉପାସନାରେ ବ୍ରତୀ ହେବେ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ପରିବାରରେ ସୁଖଶାନ୍ତି ଫେରିଆସିବ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ।

ବୃଷ

ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ସମୟ ହସ ଖୁସିରେ ବିତେଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ମାନସିକ ଚିନ୍ତା ଦୂରହେବ । ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ ।

ମିଥୁନ

କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । କୋର୍ଟ କଚେରୀ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

କର୍କଟ

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସାମାଜିକ ସ୍ତରରେ ଖ୍ୟାତି ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ ।

ସିଂହ

ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ । ପୁରୁଣା ରୋଗରୁ ଉପଶମ ପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ ।

କନ୍ୟା

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ଦ୍ଵାରା ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ଅଧିକାରୀଙ୍କଠାରୁ ସହଯୋଗ ପାଇ କାର୍ଯ୍ୟ ପୂରଣ କରିବେ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ସମୟ ହସ ଖୁସିରେ ବିତେଇବେ । ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ ।

ତୁଳା

ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ।

ବିଛା

ନୂତନ ବ୍ୟବସାୟ ଆରମ୍ଭ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ ।

ଧନୁ

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ନୂତନ ଦ୍ରବ୍ୟ କ୍ରୟ କାଲେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସମ୍ପତ୍ତି କ୍ରୟ କରିବେ ।

ମକର

ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ । ମହିଳାମାନେ ତୀର୍ଥାଟନ କରିଯାତ୍ରା କାଳରେ ଆନନ୍ଦିତ ହେବେ ।

କୁମ୍ଭ

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ମାନସିକ ବିଷାଦ, ଭୟ ଆଶଙ୍କା ଦୂରେଇ ଯିବ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ସାମୟିକ ଶାରୀରିକ ପୀଡ଼ା ଭୋଗ କରି ପାରନ୍ତି । ମହିଳାମାନେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ।

ମୀନ

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭୋଗ ବିଳାସ, ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ ।

Leave a Reply

Your email address will not be published. Required fields are marked *