ମଙ୍ଗଳବାର, 2 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ବୃଷ

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ପାରିବାରିକ ପରିସ୍ଥିତି ଠିକ୍ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ ।

ମିଥୁନ

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ ।

କର୍କଟ

ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ଏବଂ ସେଥିପାଇଁ କିଛି ଆର୍ଥିକ ଦଣ୍ଡ ମଧ୍ୟ ସହିବାକୁ ପଡିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ ।

ସିଂହ

ଦୂରସ୍ଥାନକୁ ଯାତ୍ରା କରିବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ ପ୍ରତି କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ ।

କନ୍ୟା

ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଶାରରୀକ ସୁସ୍ଥତା ଅନୁଭବ କରିବେ । ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ ।

ତୁଳା

ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ ।

ବିଛା

ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ ।

ଧନୁ

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ପରିବାର ଭିତରେ ଜଗିରଖି ଚଳିଲେ ଶାନ୍ତି ବିରାଜ ମାନ କରିବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ ।

ମକର

ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧିହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂତନ କର୍ମ ପ୍ରାପ୍ତି ହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

କୁମ୍ଭ

ଶାରିରୀକ ଅସୁସ୍ଥତା ଦୂରହେବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ସୁଖ ସମୃଦ୍ଧି ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଲାଭ ଓ କ୍ଷତି ଦେଖା ଦେବ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ । ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ ।

ମୀନ

ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁସ୍ଥ ବାତାବରଣ ଜାରି ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଆର୍ଥିକ ସ୍ଥିତି ସୁଧୁରିଯିବ । କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ ।

Leave a Reply

Your email address will not be published. Required fields are marked *