ମଙ୍ଗଳବାର, 24 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ସକ୍ରିୟ ହେବେ । ବିରୋଧିମାନେ ଦୂରେଇଯିବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।

ବୃଷ

କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ । ମହିଳାମାନଙ୍କର ଆଶା ପୂରଣ ହେବ ଓ ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇବେ ।

ମିଥୁନ

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ବାଦବିବାଦ ମାଲି ମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ରାଜନୀତିରେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

କର୍କଟ

ସାମୟିକ ଚିନ୍ତା ଦୂରହେବ । କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । କର୍ମରେ ମନସନ୍ତୁଷ୍ଟ ରହିବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ ।

ସିଂହ

ଆୟର ମାର୍ଗ ପ୍ରଶସ୍ତ ହେବ । ବାହାନ କ୍ରୟ ଓ ବିକ୍ରୟ କରି ପାରନ୍ତି । ନୂତନ ଗୃହସୁଖ ମିଳିବ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ । ଆର୍ଥିକସ୍ଥିତି ପୂର୍ବପରି ରହିବ ।

କନ୍ୟା

କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

ତୁଳା

ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । କାର୍ଯ୍ୟରେ ସ୍ଥିରତା ବଢ଼ିବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ମହିଳାମାନଙ୍କର କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ ।

ବିଛା

ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବ୍ୟବସାୟରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ସଫଳ ହେବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଧନୁ

ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶତୃ ପରାଜିତ ହେବେ । ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତହେବ । ସାମାଜିକ ଉତ୍ସବରେ ଭାଗ ନେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ।

ମକର

ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ । ନୂଆ ନିଯୁକ୍ତିର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଖେଳ ରେ ପ୍ରଶଂସା ମିଳିବ । ରାଜନୀତିରେ ଲୋକପ୍ରିୟତା ଯୋଗେ ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ପ୍ରତିକାର ଦ୍ୱାରା ବାଧା ଦୂର ହେବ ।

କୁମ୍ଭ

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଗୃହରୁ ସୁଖମିଳିବ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମୀନ

ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ । ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।

Leave a Reply

Your email address will not be published. Required fields are marked *