ମଙ୍ଗଳବାର, 9 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭବାନ୍ ହେବେ । ଦୂରଯାତ୍ରାରେ ସଫଳତା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ ।

ବୃଷ

ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

ମିଥୁନ

ପନିପରିବା ବ୍ୟବସାୟୀ, ଫଳ ବ୍ୟବସାୟୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ତେଲବ୍ୟବସାୟୀ, ହୋଟେଲ, କଳାକାର, ଶିଳ୍ପକାରୀ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ । ହଜିଯାଇଥିବା ଦ୍ରବ୍ୟ କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ ।

କର୍କଟ

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ ।

ସିଂହ

ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନଙ୍କର କାର୍ଯ୍ୟଭାର ବୃଦ୍ଧି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ ଓ ଉଚ୍ଚ ଆଶାରେ ଆଗେଇବେ ।

କନ୍ୟା

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତକର୍ମ ବହୁତ ସହଜରେ ହିଁ ସମ୍ପନ୍ନହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଶୁଭ ସମ୍ବାଦପାଇ ଖୁସିହେବେ ।

ତୁଳା

ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ।

ବିଛା

ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ । ରାଜନୀତିରେ ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ ଓ ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । କର୍ମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । କୋର୍ଟ କଚେରି ମାମଲାର ଶୁଣାଣି ଥିଲେ ବ୍ୟସ୍ତତା ବଢ଼ିଯିବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ ।

ଧନୁ

ନିର୍ମାଣ ଓ ପରିବହନ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ମହିଳାମାନେ ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ । ରାଜନୀତିକ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ।

ମକର

ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ରାଜନୀତିରେ ଲୋକସମ୍ପର୍କ ବଢ଼ିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

କୁମ୍ଭ

ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ । ମିତ୍ରମାନଙ୍କ ଦ୍ୱାରା ହୋଇଥିବା କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇ ଅଯଥାରେ ସମୟ ନଷ୍ଟ କରିବେ । ମହିଳାମାନଙ୍କର ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରି ମାନସିକ ଶାନ୍ତି ପାଇବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପ୍ରଶଂସିତ ହେବେ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ।

ମୀନ

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷାକଲେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ମହିଳାମାନେ ରାଜନୀତିରେ ପ୍ରଶଂସିତ ହେବେ ଓ ବ୍ୟବସାୟରେ ପ୍ରଚୁର ଲାଭପାଇବେ ।

Leave a Reply

Your email address will not be published. Required fields are marked *