ରବିବାର, 1 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । କଠିନ ପରିଶ୍ରମ କରି ଶୁଭ ସମାଚାର ପାଇ ଖୁସି ହେବେ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ ।

ବୃଷ

ଆର୍ଥିକ ସ୍ଥିତିରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ । ଋଣ ଭରଣାରେ ସହଜ ହେବ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ।

ମିଥୁନ

ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।

କର୍କଟ

ଆୟର ମାର୍ଗ ପ୍ରଶସ୍ତ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପରିବାରରେ ସୁଖଶାନ୍ତି, ଯଶଲାଭ ଓ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ ।

ସିଂହ

ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ କଠିନ ପରିଶ୍ରମ କରି ଉନ୍ନତିର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ ।

କନ୍ୟା

ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଆର୍ଥିକ ସଙ୍କଟ ଦୂର ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ ।

ତୁଳା

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ବାକିଥିବା ଅର୍ଥ ଆଦାୟ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଖେଳରେ ପ୍ରଶଂସା, ବିଦ୍ୟାରେ ମନନିବେଶ କରିବେ । ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କରେ ଅର୍ନ୍ତଦ୍ୱନ୍ଦ ସୃଷ୍ଟି ହୋଇ ପାରେ । ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ । ରାଜନୀତିରେ ସମାଲୋଚିତ ହେଲେବି ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ ।

ବିଛା

ଦାମ୍ପତ୍ୟଜୀବନ ସୁଖମୟ ହେବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଶୁଭ ସମାଚାର ପାଇ ମନ ଖୁସି ହେବ । ବ୍ୟବସାୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମକ୍ଷେତ୍ରରେ ସମ୍ମାନୀତ ହେବେ ଓ ଜନ ସେବାରେ ପ୍ରଶଂସା ମିଳିବ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବିଦ୍ୟାଖେଳରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ ।

ଧନୁ

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ଠିକ୍ ରହିବ, ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସାମାଜିକ ଉତ୍ସବରେ ଭାଗ ନେବେ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ମକର

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । କର୍ମକ୍ଷେତ୍ରରେ ସମ୍ମାନୀତ ହେବେ ଓ ସହକର୍ମୀ ଏବଂ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଆର୍ଥିକ ସଙ୍କଟ ଦୂରେଇଯିବ, ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ଖେଳ, ବିଦ୍ୟା ଓ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହି ହେବେ ।

କୁମ୍ଭ

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଦୃଢ ହେବା ଯୋଗେ ସହଯୋଗୀ ମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ଆମୋଦ ପ୍ରମୋଦର ସୁଯୋଗ ପାଇ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ସତର୍କତା ଅବଲମ୍ବନ ନକଲେ ଭୁଲ୍ କାମରେ ଫଶିଯିବେ ।

ମୀନ

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମୋକଦ୍ଦମାର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖ ମିଳିବ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ଗୃହସୁଖ ଓ ଯାନ ବାହନ ସୁଖ ମିଳିବ ।

Leave a Reply

Your email address will not be published. Required fields are marked *