ରବିବାର, 13 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କାଲେ ସଫଳ ହେବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ଶୁଭ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

ବୃଷ

ପୁରାତନରୋଗରୁ ଉପଶମ ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖା ଦେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି ।

ମିଥୁନ

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାଜନୀତିରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ଗୁରୁଜନ ଓ ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ ।

କର୍କଟ

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ ।

ସିଂହ

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ପ୍ରଶଂସା ପାଇବେ । ସାକ୍ଷାତ୍କାରରେ ବିଜୟୀହେବେ । ନୂତନ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ରାଜନୀତିରେ ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ହସ ଖୁସିରେ ସମୟ ବିତିବ ।

କନ୍ୟା

ରାଜନୀତିରେ ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ, ତୀର୍ଥ ଭ୍ରମଣ ଓ ସାଂସ୍କୃତିକ କାର୍ଯ୍ୟରେ ଭାଗନେଇ ପାରନ୍ତି ।

ତୁଳା

ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ଲାଗିବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ।

ବିଛା

ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବେଶି ଲାଭବାନ ହେବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ରାଜନୀତି କ୍ଷେତ୍ରରେ ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ପଡିପାରେ ।

ଧନୁ

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ ।

ମକର

ନୂଆ ନିଯୁକ୍ତି ଯୋଗ ଥିବାରୁ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରି ପାରନ୍ତି । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବ୍ୟବସାୟୀ ମାନେ ଆଦର୍ଶବାଦୀ ହୋଇ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ।

କୁମ୍ଭ

ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ମୀନ

ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ ।

Leave a Reply

Your email address will not be published. Required fields are marked *