ରବିବାର, 14 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ । ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ । ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ । ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି । ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ, ପ୍ରତିକାର : କଳା କୁକୁରର ସେବା କରନ୍ତୁ

ବୃଷ

ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ । ଆପଣଙ୍କର ବନ୍ଧୁ ନିଜର ଥିବା ଦୁଃଖକୁ ଲାଘବ କରିବା ପାଇଁ ନିଜ ଗୁରୁଙ୍କ ଉପଦେଶ ନେବା ଉଚିତ୍ । ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି । ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି । ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ । ସ୍ଵାସ୍ଥ୍ୟ ଭଲ ରହିବ । ସମାଜରେ ମାନ-ସମ୍ମାନ ମିଳିବ । ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ, ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ ।

ମିଥୁନ

ଏହି ସମୟ ଆପଣଙ୍କର ଯୋଗୀ ପରୀକ୍ଷାରେ ଭାଗ ନେବାର ଉପଯୁକ୍ତ ସମୟ । ଆପଣ ନିଶ୍ଚୟ ସଫଳ ହେବେ । ଏହି ପରୀକ୍ଷାରେ ଆତ୍ମବିଶ୍ୱାସର ସହ ଭାଗ ନିଅନ୍ତୁ । ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ । । ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ । ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ । ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ । ଭାଗ୍ୟବୃଦ୍ଧି ହେବ , ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ । ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।

କର୍କଟ

ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ । ଆଜି ନିଜର ଧ୍ୟାନ ଏଠି ସେଠି ନ ଲଗେଇ ନିଜ କାର୍ଯ୍ୟରେ ମନୋନିବେଶ କରନ୍ତୁ । ଆପଣ ହୁଏତ ଏହି ସମୟ ଏକ ସମାରୋହ ଚାହାଁନ୍ତି । କିନ୍ତୁ ନିଜ ପରିବାର ସହ ସମୟ ବିତାନ୍ତୁ ଏବଂ ସେମାନଙ୍କ ସମସ୍ୟା ଉପରେ ଧ୍ୟାନ ଦିଅନ୍ତୁ । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ । ଅଚାନକ ଧନ ଖର୍ଚ୍ଚ ହୋଇପାରେ । ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି । ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ, ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ସିଂହ

ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ । ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ । ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି । କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି । ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ, ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ ।

କନ୍ୟା

ଆଜି ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରାରେ ଯିବାକୁ କହୁଛି । ଆଜି ଆପଣ ଦେବ କାର୍ଯ୍ୟରେ ମନ ନିବେଶ କରିବେ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱ ଚାହୁଁଛନ୍ତି । ଏହି ପଥରେ ଜୀବନ ଧାରା ନେଲେ ସୁଖ ଓ ଶାନ୍ତି ମିଳିବ । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ବ୍ୟଗ୍ରତା ଅନୁଭବ କରିପାରନ୍ତି । ଅନିଦ୍ରା କାରଣରୁ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ବୌଦ୍ଧିକ ଚର୍ଚ୍ଚାରେ ଆନନ୍ଦ ପ୍ରାପ୍ତ ହୋଇପାରେ, ପରନ୍ତୁ ଏପରି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହବା ପାଇଁ ଉପଦେଶ |ପଢ଼ିବା -ଲେଖିବାରେ ବିଦ୍ୟାର୍ଥିମାନଙ୍କ ମନ ଲାଗିବ ନାହିଁ । ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନ ପ୍ରଫୁଲ୍ଲିତ ହେବ , ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ

ତୁଳା

ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି । ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ । ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି । ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ । ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି, ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଛା

ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି । ପାରିବାରିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ଶଙ୍କା ଦୂର କରନ୍ତୁ । ବନ୍ଧୁମାନଙ୍କ ସହିତ ମନମାଳିନ୍ୟର ପ୍ରସଂଗ ବନିପାରେ | ଧାର୍ମିକ ଯାତ୍ରା ହେବାର ସଂଭାବନା ଅଛି । ଧନ ଲାଭର ମଧ୍ୟ ସଂଭାବନା ଅଛି । ବ୍ୟବସାୟରେ ପ୍ରମୋସନର ଯୋଗ ଅଛି.ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ

ଧନୁ

ଛାତ୍ରମାନେ ଯଦି ମେଧାବୃତି ପାଇଁ ଦରଖାସ୍ତ କରି ଅପେକ୍ଷା କରିଛନ୍ତି ଏସମ୍ବନ୍ଧରେ ଖବର ପାଇବେ । ଏହା ପାଇସାରିବା ପରେ ଅଧ୍ୟୟନ ପ୍ରତି ଅଧିକ ମନ ବଳାଇ ଲକ୍ଷ୍ ପଥରେ ଅଗ୍ରସର ହେବା ପାଇଁ ଚେଷ୍ଟା କରିବେ । ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ । । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ । ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ । ସରକାରଙ୍କଠାରୁ ଆର୍ଥିକ ଲାଭ ହେବ । ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ, ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର

ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି , ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ । ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ । ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ । ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ । ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ, ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

କୁମ୍ଭ

ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ ।   ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ । ସ୍ଵାସ୍ଥ୍ୟ ନରମ-ଗରମ ରହିବ । କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ । ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମୀନ

ଆଜିର ଦିନ ନୂଆ ବନ୍ଧୁଟିଏ କରିବାର ଦିନ ଅଟେ । ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି । ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ । ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ । କାମରେ ସନ୍ତୋଷର ଭାବନା ଆସିବ

Leave a Reply

Your email address will not be published. Required fields are marked *