ରବିବାର, 15 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଉଚିତ୍ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତହେବେ ଓ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।

ବୃଷ

ବ୍ୟବସାୟରେ ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ସୁସ୍ଥ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ ।

ମିଥୁନ

ଧାର୍ମିକ କାର୍ଯ୍ୟରେ ମନ ବଳାଇବେ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।

କର୍କଟ

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସନ୍ତାନ ଯୋଗେ ଖୁସି ରହିବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ ।

ସିଂହ

କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ବ୍ୟବସାୟରେ ବିଶେଷ ଲାଭବାନ ହେବେ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ସମାଧାନ ହେବ । ଶାରୀରିକସୁସ୍ଥତା ଅନୁଭବ କରିବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।

କନ୍ୟା

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ପାଇ ପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ତୁଳା

ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିପରେ । ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଭଲ ରେଜଲ୍ଟ କରିବେ ।

ବିଛା

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ଧନୁ

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ଛାତ୍ରଛାତ୍ରୀ ମାନଙ୍କର ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ ।

ମକର

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ଓ କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।

କୁମ୍ଭ

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃମାନେ ମଥାନତ କରିବେ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନଙ୍କର ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ ।

ମୀନ

ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ।

Leave a Reply

Your email address will not be published. Required fields are marked *