ରବିବାର, 2 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ନିକଟସ୍ଥ ସ୍ଥାନମାନଙ୍କରେ  ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ । ଅଫିସରେ ଟେନସନ ଦୂର ବେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ ।

ବୃଷ:-

କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମରେ ଶୁଭସୂଚନା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ ।

ମିଥୁନ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

କର୍କଟ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ।

ସିଂହ:-

ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପରିବାର ଭିତରେ ଜଗିରଖି ନଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

କନ୍ୟା:-

ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ଓ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ତୁଳା:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ । ଦୂର ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ।

ବିଚ୍ଛା:-

ଶୁଭକାମ କରି ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ହାତକୁ ନେଇଥିବା କାର୍ଯ୍ୟପାଇଁ ଆଜି କଠିନ ପରିଶ୍ରମ କରିବାକୁ ପଡିବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପାରିବାରିକ ସମସ୍ୟା ସୁଧାରୀ ନେଇ କେତେକ କର୍ମ କରିବାକୁ ବାଧ୍ୟ ହେବେ ।

ଧନୁ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ମହିଳାମାନେ କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି ।

ମକର:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ । ଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ବ୍ୟବସାୟରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ ।

କୁମ୍ଭ:-

କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ମୀନ:-

ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ବିଦେଶ ଯାତ୍ରାରେ ସଫଳ ହେବେ । ନିଜଲୋକ ଶତ୍ରୁତା ଆଚରଣ କରିବା ଯୋଗେ ମନରେ କ୍ଷୋଭ ହତାଶାଭାବ ବୃଦ୍ଧି ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ ।

Leave a Reply

Your email address will not be published. Required fields are marked *