ରବିବାର, 21 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କାର୍ଯ୍ୟକ୍ଷେତ୍ରରେ ଓ ପରିବାରରେ ମାନସିକ ଶାନ୍ତି ମିଳିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ ।

ବୃଷ

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ମିଥୁନ

ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ । ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ । ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଶତ୍ରୁବାଧା ଦୂରେଇ ଯିବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

କର୍କଟ

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟ ରେ କୌଣସି କାରଣକୁ ନେଇ ନୂତନପନ୍ଥା ଅନୁସରଣ କରିବେ । ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ମିଳିବ ।

ସିଂହ

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

କନ୍ୟା

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହୋଇ ପାରେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଜାଗା, ଜମି କ୍ରୟ କରି ପାରିବେ ।

ତୁଳା

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ବିଛା

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମଜୀବିମାନଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ଧନୁ

ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି କରିବେ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ବନ୍ଧୁଙ୍କ ଆଗମନ ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ ।

ମକର

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମହିଳାମାନେ ସହଜରେ କାର୍ଯ୍ୟ ସାଧନ କରିବେ ।

କୁମ୍ଭ

କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମୀନ

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ରାସ୍ତା ଖୋଳିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦ-ବିବାଦ, ମାଲିମୋକଦ୍ଦମା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

Leave a Reply

Your email address will not be published. Required fields are marked *