ରବିବାର, 22 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ ।

ବୃଷ

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ ।

ମିଥୁନ

ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ।

କର୍କଟ

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।

ସିଂହ

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପାଇବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପ୍ରତିକାର:- ଦିବ୍ୟଙ୍ଗଙ୍କୁ ଲଡୁ ଖାଇବାକୁ ଦିଅନ୍ତୁ ।

କନ୍ୟା

ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସୁଖ ଶାନ୍ତିରେ ଦିନଟି କାଟିବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କ୍ଷେତ୍ରରେ ଉନ୍ନତିହେବ । ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟବସାୟରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ ।

ବିଛା

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ ।

ଧନୁ

ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ଆର୍ଥିକ ଦିଗରୁ ସୁବିଧା ପାଇବେ । ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ରାଜନୀତିରେ କୃତକାର୍ଯ୍ୟ ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର:- ଗାଈକୁ ପନିପରିବା ଖାଇବାକୁ ଦେବେ ।

କୁମ୍ଭ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ।

ମୀନ

ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ ।

Leave a Reply

Your email address will not be published. Required fields are marked *