ରବିବାର, 25 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମା ରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ବୃଷ

ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ ।

ମିଥୁନ

ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଆଗ୍ରହ ବଢିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ମହିଳାମାନେ ନ୍ୟାୟମାର୍ଗ ଓ ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

କର୍କଟ

କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆଗ୍ରହ ବଢିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ ।

ସିଂହ

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ମହିଳାମାନଙ୍କର ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

କନ୍ୟା

ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ମହିଳାମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡି ପାରିବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାଲିମୋକଦ୍ଦମା ରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ ।

ତୁଳା

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ ।

ବିଛା

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ମହିଳାମାନେ ହସ ଖୁସିରେ ଚଳିବେ । ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ଧନୁ

ପଦୋନ୍ନତିର ସମ୍ଭାବନା ରହିଛି । ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ । ନୂଆ ଚାକିରୀରେ ଯୋଗ ଦେଇପାରନ୍ତି ।

ମକର

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କ୍ରିଡା, ମନୋରଞ୍ଜନ ଓ ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ ।

କୁମ୍ଭ

ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ ।

ମୀନ

ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ । ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ ।

Leave a Reply

Your email address will not be published. Required fields are marked *