ରବିବାର, 26 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । କର୍ମକ୍ଷେତ୍ରଟି ସୁଦୃଢ ହେବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ ।

ବୃଷ:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ ।

ମିଥୁନ:-

ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କର୍ମ ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।

ସିଂହ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ ।

କନ୍ୟା:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।

ବିଛା:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ ।

ଧନୁ:-

ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

ମକର:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

Leave a Reply

Your email address will not be published. Required fields are marked *