ରବିବାର, 28 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । କେତେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିଲେ କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ ।

ବୃଷ

ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ।

ମିଥୁନ

ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ।

କର୍କଟ

ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ ।

ସିଂହ

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ ।

କନ୍ୟା

ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।

ତୁଳା

ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

ବିଛା

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ବାସଗୃହ ଓ ଯାନବାହାନ ନେଇ କେତେକ ସମସ୍ୟାର ସମାଧାନ ହେବ । ନୂତନ ବସ୍ତୁ କ୍ରୟ କରିପାରିବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଭ୍ରାତୃ ବିବାଦ ଦୂର ହେବ ।

ଧନୁ

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ ।

ମକର

ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ ।

କୁମ୍ଭ

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ ।

ମୀନ

କର୍ମସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ବାଦ ବିବାଦ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ ।

Leave a Reply

Your email address will not be published. Required fields are marked *