ରବିବାର, 29 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସରକାରୀ ସାହାଯ୍ୟ ମିଳିପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ହସଖୁସିରେ ସମୟ ବିତାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

ବୃଷ

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ମିଥୁନ

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ ।

କର୍କଟ

କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ମହିଳାମାନଙ୍କର ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ । ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ ।

ସିଂହ

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

କନ୍ୟା

ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ମହିଳାମାନଙ୍କର ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନିଜ ଲୋକ ମନମୋଟିଆ ହୋଇ ପାରନ୍ତି । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ ।

ତୁଳା

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

ବିଛା

ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ।

ମକର

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ । ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ ।

କୁମ୍ଭ

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ ।

ମୀନ

ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

Leave a Reply

Your email address will not be published. Required fields are marked *