ରବିବାର, 3 ମାର୍ଚ୍ଚ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁ ଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।

ବୃଷ:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିଯୋଗିତାରେ ବିଜୟୀ ହେବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ ।

ମିଥୁନ:-

କର୍ମକ୍ଷେତ୍ରରେ ପଦୋନ୍ନତି, ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ  ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

କର୍କଟ:-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ । ଆଶା କରିଥିବା କାର୍ଯ୍ୟଟି ପୂରଣ କରିବାକୁ ଚେଷ୍ଟା କରିବେ । ବହୁକ୍ଷେତ୍ରରେ ପ୍ରିୟତା ଅର୍ଜନ କରିବେ । ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଲାଭବାନ ହେବେ । ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ ।

ସିଂହ:-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ । ପରିବାରରେ ଆନନ୍ଦର ଲହରୀ ଖେଳିଯିବ । ବ୍ୟବସାୟରେ ଲାଭବାନ ହେବେ । ମନବଳ ଦୃଢିଭୁତ ହେବ । ମହିଳାମାନେ ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ । ଆୟ ମଧ୍ୟ ଉତ୍ତମ ରହିବ । ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ । ମନକଥା ମନରେ ରଖୀ ବନ୍ଧୁଙ୍କ ସହ ମିଶିଲେ ଭଲ ହେବ ।

କନ୍ୟା:-

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପାରିବାରିକ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ ଓ ସୁଖ ସମ୍ପନ୍ନତା ଲାଭ ହେବ । ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରକ୍ରାନ୍ତ ରହିବ । କେତେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିବ । ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ ।

ତୁଳା:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । କର୍ମ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ଓ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବାଣିଜ୍ୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ । ମହିଳାମାନେ କାର୍ଯ୍ୟଦକ୍ଷତା ଦେଖାଇବେ ।

ବିଛା:-

ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ଘର-ପରିବାରକୁ ପ୍ରାଥମିକତା ଦେବେ ପାରିବାରିକସ୍ତର ହସ ଖୁସିରେ କଟିବ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ ।

ଧନୁ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ପରିଚିତ ଲୋକଙ୍କଠାରୁ ଲାଭ ପାଇବେ । ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ । ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

ମକର:-

ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ । ଯଶ ଓ ସମ୍ମାନ ବଢିବ । ନିଜ ପରିଶ୍ରମରେ ସଫଳତା ପାଇବେ । ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେନାହିଁ । ଅଫିସରେ ଟେନସନ ଦୂର ହେବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହେବେ । ଯାତ୍ରାରେ ସଫଳ ହେବେ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ ।

କୁମ୍ଭ:-

ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ । ଶୁଭ ସଂବାଦ ପାଇ ଉତ୍ସାହିତ ହେବେ ।

ମୀନ:-

ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ଓ ସଫଳତା ପ୍ରାପ୍ତି ହେବ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ଦ୍ଵାରା ଲୋକଙ୍କ ସମ୍ପର୍କରେ ରହିବେ ।

Leave a Reply

Your email address will not be published. Required fields are marked *