ରବିବାର, 4 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବା ଉଚିତ୍ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଆସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ ।

ବୃଷ

ଖୋଜୁଥିବା ଜିନିଷ ସୁବିଧାରେ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ । ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।

ମିଥୁନ

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ । କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । କଳାତ୍ମକ ଦିଗରୁ ପ୍ରଶଂସିତ ହେବେ । ମହିଳାମାନେ ସଭାସମିତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ ।

କର୍କଟ

ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶ୍ରମିକମାନେ ତଳ ମହଲରୁ ଆଶାତୀତ ଲାଭ ପାଇବେ ଓ ବେଶି ଉପକୃତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମହିଳାମାନଙ୍କର ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

ସିଂହ

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ବିଦ୍ୟାରେ ଉନ୍ନତି ହେବ ।

କନ୍ୟା

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମହିଳାମାନେ ନୂତନବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ମନରେ ଅଶାନ୍ତି ଅସନ୍ତୋଷ ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ । ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି ।

ତୁଳା

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ବିଛା

ନୂତନ କାର୍ଯ୍ୟଆରମ୍ଭ କଲେ ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ମାନସିକ ସ୍ଥିରତା ରହିବ । କୌଣସି ମାଙ୍ଗଳିକ କାର୍ଯ୍ୟ ତଥା ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ । ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ ।

ଧନୁ

ସନ୍ତାନଙ୍କର ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଦୂରଯାତ୍ରାରେ ସଫଳତା ମିଳିବ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ।

ମକର

ପାରିବାରିକ ସମସ୍ୟା ସୁଧୁରି ଯିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ ।

କୁମ୍ଭ

ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ଗୃହ ସମସ୍ୟା ସମାଧାନ କରି ପାରିବେ ।

ମୀନ

କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । କୁଟୁମ୍ବରେ ଚିକିତ୍ସାର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

Leave a Reply

Your email address will not be published. Required fields are marked *