ରବିବାର, 7 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ । ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ । ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ଓ ବ୍ୟୟ ମଧ୍ୟ କରିବେ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଶୁଭ ସମ୍ବାଦ ପାଇ ସମସ୍ୟା ସମାଧାନ ହୋଇଯିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ଶତୃ ଓ ବିରୋଧୀଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ।

ବୃଷ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସି ପାରେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ ।

ମିଥୁନ:-

ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରି ପାରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସାମ୍ବାଦିକ ମାନେ ଲୋକଙ୍କୁ ନିଜର କରିପାରିବେ । ପ୍ରଚୁର ଅର୍ଥ ଲାଭ ହୋଇ ଆର୍ଥିକ ମାମଲା ସୁଧୁରିବ ଓ ପରିସ୍ଥିତି ବଦଳିଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

କର୍କଟ:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ ।

ସିଂହ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ମାନ ସମ୍ମାନ ମିଳିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଦୂରଯାତ୍ରାରେ ସଫଳ ହେବେ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ ।

କନ୍ୟା:-

ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ମହିଳାମାନଙ୍କ ଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । ବାଦ-ବିବାଦଠାରୁ ଦୂରେଇ ରହିବା ଉଚିତ୍ । ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହିବେ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ ।

ତୁଳା:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଶୁଭ ସମାଚାର ପାଇ ଖୁସି ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ସ୍ୱାସ୍ଥ୍ୟ ଭଲ ରହିବ ।

ବିଚ୍ଛା:-

ସରକାରୀ କାମରେ ଶତୃମାନେ ଦୂରେଇ ଯିବେ ଓ ସଫଳତା ମିଳିବ । ସାଂସାରିକ ଜୀବନରେ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବନ୍ଧୁଙ୍କ ଆଗମନ ହେବ । ରାଜନୀତିରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ପରିଶ୍ରମରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ଆୟ ଉପାର୍ଜନ ବୃଦ୍ଧି ହେବ ।

ଧନୁ:-

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ ।

ମକର:-

କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମରେ ଶୁଭସୂଚନା ମିଳିବ । ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ ।

କୁମ୍ଭ:-

କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସିଗପ ଓ ମଉଜ ମଜଲିସ୍ କରିବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ । ସୁଖ ସମୃଦ୍ଧି ଯଶ କୀର୍ତ୍ତିରେ ଉନ୍ନତି ହେବ ।

ମୀନ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ । ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ।

Leave a Reply

Your email address will not be published. Required fields are marked *