ରବିବାର, 9 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ବୃଷ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ । କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର-ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ସିଂହ:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ସଫଳତା ମିଳିବ । ବ୍ୟବସାୟରେ  କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ  କ୍ଷତି ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁକର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ ।

ତୁଳା:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ ।

ବିଚ୍ଛା:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ ।

ଧନୁ:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ ।

ମକର:-

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।

କୁମ୍ଭ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।

ମୀନ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ ।

Leave a Reply

Your email address will not be published. Required fields are marked *