ଶନିବାର, 13 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆର୍ଥିକ  କ୍ଷେତ୍ରରେ ଉନ୍ନତି ଦେଖାଦେବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ ।

ବୃଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଦୂର ଯାତ୍ରା କରି କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ ।

ମିଥୁନ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ ଓ ରୋଜଗାର ସମସ୍ୟା ସୁଧୁରି ଯିବ । ପରୀକ୍ଷା- ପ୍ରତିଯୋଗିତା, ବାଦ-ବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଶତୃମାନେ ପରାଜିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ ।

କର୍କଟ:-

ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି । ହସ ଖୁସିରେ ସମୟ ବିତିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ ।

ସିଂହ:-

କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ ଓ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଋଣଭାର କମିଯିବ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବାକୁ ଚେଷ୍ଟା କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଭାବନାର  ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ ।

କନ୍ୟା:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ।

ତୁଳା:-

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।   ପାରିବାରିକ ଜୀବନରେ ଶାନ୍ତି ପାଇବେ ଓ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ସାହାଯ୍ୟ ସହଯୋଗ ମିଳିବ । ମହିଳାମାନଙ୍କର ଅଧିକାରୀଙ୍କ ଠାରୁ ସହଯୋଗ ପାଇ କର୍ମ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ।

ବିଛା:-

ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ।

ଧନୁ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।   ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । ମହିଳାମାନେ ରାଜନୈତିକ କ୍ଷେତ୍ରରେ ଶୁଭ ସଂବାଦ ପାଇ ଖୁସିହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ ।

ମକର:-

ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଆକସ୍ମିକ ଧନ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ କୀର୍ତ୍ତୀ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ମାଲିମୋକଦ୍ଦମା, ଖେଳ, ନୃତ୍ୟଗୀତ ପ୍ରତିଯୋଗିତାରେ ସଫଳ ହେବେ । ନୂଆ ନିଯୁକ୍ତି ପାଇ ଚାକିରୀରେ ଉନ୍ନତି କରିବେ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ମହିଳାମାନେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ ।

କୁମ୍ଭ:-

ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ବେରୋଜଗାରଙ୍କୁ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ମହିଳାମାନେ ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ ।

ମୀନ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ବିଦ୍ୟାରେ ଉନ୍ନତି ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ।

Leave a Reply

Your email address will not be published. Required fields are marked *