ଶନିବାର, 14 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ । ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ଅତି ବିଶ୍ଵାସପାତ୍ର ଧୋଖା ଦେଇ ପାରନ୍ତି । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ବ୍ୟବସାୟରେ ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତିହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ ।

ବୃଷ

ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବ୍ୟବସାୟୀ ମାନଙ୍କ ଆର୍ଥିକସ୍ଥିତି ସୁଧୁରିବ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ମହିଳାମାନେ ଧର୍ମପରାୟଣା ଓ ପ୍ରିୟବାଦିନୀ ହେବେ । ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ ।

ମିଥୁନ

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ । ନିର୍ମାଣା ଧୀନ କାମ ଆଗେଇ ଚାଲିବ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ସମସ୍ୟା ଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବାସହ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ।

କର୍କଟ

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରଶଂସା ପାଇବେ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ ।

ସିଂହ

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ । ମାଲିମୋକଦ୍ଦମା, ଖେଳ, ନୃତ୍ୟଗୀତ ଓ ପ୍ରତିଯୋଗିତାରେ ସଫଳ ହେବେ । ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ସମସ୍ୟା ଅନୁକୂଳ ରହିବ । ବିଦ୍ୟା, କୃଷି ଓ ରାଜ ନୀତିରେ ଉନ୍ନତି ହେବ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

କନ୍ୟା

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତହେବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ ।

ତୁଳା

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଉଡାଖବର ବିବ୍ରତ କରିବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ।

ବିଛା

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନଙ୍କର ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ ।

ଧନୁ

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମହିଳାମାନଙ୍କର ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ ।

ମକର

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି

କୁମ୍ଭ

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ହେବେ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବେ । ବିଦ୍ୟାକ୍ଷେତ୍ରରେ ଲାଭ ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅଫିସରେ କିମ୍ବା ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ । କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ ।

ମୀନ

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ ।

Leave a Reply

Your email address will not be published. Required fields are marked *