ଶନିବାର, 20 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଦାମ୍ପତ୍ୟ କଳହ ଦୂର ହେବ । ଭାତୃବିବାଦ, ଜମିବାଡ଼ି ଓ ଘରଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଶରୀର ପୀଡ଼ା ଯୋଗେ ମନରେ ଦୁଶ୍ଚିନ୍ତା ରହିବ । ଖାଇବା ପିଇବାରେ ସନ୍ତୁଳନ ଯୋଗେ ପେଟ ରୋଗ ବୃଦ୍ଧି ହେବ ।

ବୃଷ

ଗୃହ ଜାଗା ଯାନବାହାନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ସୁଖ, ସମ୍ପତ୍ତି ଲାଭ ଓ ପ୍ରିୟଜନଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବ । ସକଳ କାର୍ଯ୍ୟରେ ସଫଳତା ମିଳିବ । ମିଷ୍ଠାନ୍ନ ଭୋଜନ କରିବେ । ଉଚ୍ଚଆଶା ପୂରଣ ହୋଇପାରେ । ଶତ୍ରୁନାଶ ହେବ । ଧନପ୍ରାପ୍ତି ହେବ । ନୂତନ ମିତ୍ର ଲାଭ ହେବେ । ଚାକିରୀ କ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ । ଧାର୍ମିକ କ୍ଷେତ୍ରରେ ମନ ବଳାଇବେ ।

ମିଥୁନ

ବିଦେଶ ଯାତ୍ରାରେ ଲାଭ ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ଦୂର ହେବ । ବ୍ୟବସାୟରେ ସାମାନ୍ୟ ଲାଭ ହେବ । ଅନେକ ଶୁଭକର୍ମରେ ଯୋଗ ଦେବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଶତ୍ରୁମାନେ ପରାଜିତ ହେବେ । ପରିବାର କ୍ଷେତ୍ରରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କର୍କଟ

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଯୋଗ ଅଛି । ଉଚ୍ଚଆଶା ସଫଳହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଚାରବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । କୃଷିଜୀବିମାନେ ଆନନ୍ଦିତ ହେବେ ।

ସିଂହ

ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ମହିଳାମାନେ ସାମାନ୍ୟ ଶାରୀରିକ ସୁସ୍ଥତା ଅନୁଭବ କରିବେ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢ଼ିବ ।

କନ୍ୟା

ଉଚ୍ଚ ଆଶାରେ ଆଗେଇବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକହେବା ଫଳରେ ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧିହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଦେଖାଦେଲେ ମଧ୍ୟ ଆୟ ବଢ଼ିବ । ଯେକୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ରାଜନୀତି କ୍ଷେତ୍ରରେ ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ, ମାଳିମକଦ୍ଦମାରେ ଜୟ, ଦମ୍ଭସାହାସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣକରିବେ । ଦେହପୀଡ଼ା, ଅଶାନ୍ତି, ଅର୍ଥସଙ୍କଟ ଦୂରେଇଯିବ ।

ତୁଳା

ବିଦେଶ ଯାତ୍ରାରେ ସଫଳ ହେବେ । ରାଜନୀତିରେ ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଫାଇଦା ଉଠାଇ ପାରନ୍ତି । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ମନରେ ଶାନ୍ତି, ଭୟ ସତ୍ତ୍ୱେ ସମସ୍ତ କାର୍ଯ୍ୟରେ ଜୟ ହେବ ।

ବିଛା

କର୍ମକ୍ଷେତ୍ରରେ ମତାନ୍ତରର ଅବସାନ ହେବ । ପନିପରିବା ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମଚାରୀଙ୍କ ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖାଦେବ । ପୂର୍ବଶତ୍ରୁମାନେ ପଛଘୁଞ୍ଚା ଦେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ ।

ଧନୁ

ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହି ପାରନ୍ତି । କର୍ମକ୍ଷେତ୍ରରରେ ବନ୍ଧୁଲାଭ ଓ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ନୂତନ ସଂସ୍ଥାର ଆୟୋଜନ କରିବେ । ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ଛାତ୍ର ଛାତ୍ରୀମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।

ମକର

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । କୃଷିଜୀବିମାନେ ସାମାନ୍ୟ ଚେଷ୍ଟାକଲେ ଭଲ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି ।

କୁମ୍ଭ

ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବ ଶତ୍ରୁମାନେ ମଥାନତ କରିବେ । କୃଷିଜୀବିମାନେ ନିଜ କର୍ମରେ ଲିପ୍ତ ରହିବେ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ପିଲାମାନଙ୍କ ଉନ୍ନତି ବିଷୟରେ ଚିନ୍ତା କରି ଆନନ୍ଦିତ ହେବେ ।

ମୀନ

ମାନସିକ ଅସ୍ଥିରତା ଦେଖାଦେଇ ପାରେ । ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ଆନନ୍ଦିତ ହେବେ ।

Leave a Reply

Your email address will not be published. Required fields are marked *