ଶନିବାର, 25 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମଚାରୀମାନଙ୍କର  ଅତ୍ୟଧିକ କାର୍ଯ୍ୟଚାପ  ହେତୁ ଚିନ୍ତିତ ରହିବେ । ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ମହିଳାମାନେ ଭ୍ରମଣ କରିବାର ସୁଯୋଗ ପାଇବେ ।

ବୃଷ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ ।  ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଆର୍ଥିକ ମାମଲା ସୁଧୁରିଯିବ ।

ମିଥୁନ:-

କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି । ଶତୃଙ୍କ ସହିତ ମୁକାବିଲା କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଋଣ ଭରଣାରେ ସହଜ ହେବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

କର୍କଟ:-

ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବା ସହ ଲକ୍ଷ୍ୟ ସିଦ୍ଧିହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ।  ପରିବାରର ଆବଶ୍ୟକତା ପୂରଣ ହେବ ।

ସିଂହ:-

ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ମହିଳାମାନଙ୍କର ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କରୁ ନିଜକୁ ପ୍ରତିଷ୍ଠିତ କରିପାରିବେ ।

ତୁଳା:-

ପ୍ରେରଣା ଓ ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ ।

ବିଛା:-

ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ସାମାଜିକ କାର୍ଯ୍ୟରେ ଯୋଗ ଦେବେ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ।

ଧନୁ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ । ପିତା ମାତାଙ୍କ ଠାରୁ ସାହାଯ୍ୟ ମିଳିବ । ଆର୍ଥିକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଚାକିରୀ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନ ଅଶାନ୍ତି ଲାଗିବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ ।

ମକର:-

ପାରିବାରିକ ଜୀବନରେ ସୁଧାର ହେବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ । ରାଜନୀତିରେ ସମାଲୋଚିତ ହେଲେମଧ୍ୟ  ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ ।

କୁମ୍ଭ:-

କର୍ମକ୍ଷେତ୍ରରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ମହିଳାମାନେ ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି ।

ମୀନ:-

ମହିଳାମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ ଓ କର୍ମ ନିଯୁକ୍ତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ବିଗିଡିଥିବା କାର୍ଯ୍ୟ ଅନ୍ୟର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ ।  ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ ଓ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ ।

Leave a Reply

Your email address will not be published. Required fields are marked *