ଶନିବାର, 29 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ଅଛି । ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ ।

ବୃଷ:-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନଙ୍କ ଉନ୍ନତିପାଇଁ ଚିନ୍ତିତ ରହିବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ଶୁଣିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ । ପ୍ରେମ-ପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ।

ମିଥୁନ:-

କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ ।  ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବାଦ-ବିବାଦରୁ ଦୂରତା ରକ୍ଷା କରନ୍ତୁ । ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

କର୍କଟ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତା ଆଚରଣ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ନୂତନ ଗୃହୋପକରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ଦୂରେଇ ଯିବ । ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରି ପାରିବେ ।

ସିଂହ:-

ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି ।

କନ୍ୟା:-

ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,   ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ ।

ତୁଳା:-

ନୂତନ ଗୃହ ନିର୍ମାଣ ଭବିଷ୍ୟତ ପାଇଁ ଶୁଭ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଅତୀତର କୌଣସି ବିବାଦୀୟ ଘଟଣା ସମାଧାନ ହେବ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ ।

ବିଛା:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଖେଳକୁଦ ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟର  ଉନ୍ନତି ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ ଓ ମାନ-ସମ୍ମାନ ବୃଦ୍ଧି  ହେବ । କୌଣସି ସମ୍ମିଳନୀରେ ଯୋଗଦେବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ ।

ଧନୁ:-

ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ ।

ମକର:-

କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ ।

କୁମ୍ଭ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣ ମୁକ୍ତିର ରାସ୍ତା ପରିଷ୍କାର  ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ରାଜନୀତିରେ ଫାଇଦା ଉଠାଇବେ । ପଢାପଢିରେ ମାନସିକ ଶାନ୍ତି ଓ ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ।

ମୀନ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ପରିବାରରେ  ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ ।

Leave a Reply

Your email address will not be published. Required fields are marked *