ଶନିବାର, 6 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କର୍ମ କ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ । ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ ।

ବୃଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ମହିଳାମାନେ ଗୁରୁଜନ ମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ସୁବିଧା ସୁଯୋଗ ପାଇବେ ।

ମିଥୁନ:-

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ ।  ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ମହିଳାମାନେ ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ । ବିଦ୍ୟା କ୍ଷେତ୍ରରେ  ସୁନାମ ଅର୍ଜନ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

କର୍କଟ:-

ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ମହିଳାମାନେ ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ । ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ ।

ସିଂହ:-

ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେଲେ ମଧ୍ୟ କିଛି ବ୍ୟୟ କରିବେ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ ।

କନ୍ୟା:-

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଆନନ୍ଦିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପାଇବେ ।

ତୁଳା:-

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ ।

ବିଛା:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ଓ  ସୁବିଧା ପ୍ରାପ୍ତି ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ଧନୁ:-

ଦୂର ଯାତ୍ରାରେ ଆନନ୍ଦ ଉପଭୋଗ କରିବା ସହ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତି ହେବାର ସୂଚନା ମିଳେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ । ମହିଳାମାନେ ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ ।

ମକର:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।

କୁମ୍ଭ:-

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ । ନୂତନ କର୍ମ ନିଯୁକ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ । ପନିପରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ । ପ୍ରତିକାର : ଗାଈକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ବ୍ୟବସାୟରେ ଆର୍ଥିକ ସାହାଯ୍ୟ ମିଳିବ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ  ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *