ଶନିବାର, 8 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ ।

ବୃଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ ।

ମିଥୁନ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ ।

କର୍କଟ:-

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ ।

ସିଂହ:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ।

କନ୍ୟା:-

କର୍ମକ୍ଷେତ୍ରରେ ଟେନସନ ଦୂର ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । କୌଣସି କାମ ପ୍ରତି ମନ ଲାଗିବ ନାହିଁ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ ।

ବିଚ୍ଛା:-

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ।

ଧନୁ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ  ସାହାଯ୍ୟ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ ।

ମକର:-

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । କର୍ମର ଚାପରେ ଅମ୍ଳ, ଅଜୀର୍ଣ୍ଣ  ପ୍ରଭୃତି ରୋଗ ଦେଖା ଦେଇପାରେ ।

କୁମ୍ଭ:-

ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ ।

ମୀନ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଲାଗି ରହିବ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ ।

Leave a Reply

Your email address will not be published. Required fields are marked *