ଶୁକ୍ରବାର, 12 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ରବିଫସଲ, ଫଳ, ପନିପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇ ଖୁସିହେବେ । ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ମାନସମ୍ମାନ ଓ ଯଶକ୍ଷାତି ପାଇବେ । ବିଦ୍ୟାକ୍ଷେତ୍ରରେ ପଢା ପଢିରେ ମନଯୋଗ ଦେବେ ।

ବୃଷ

ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟିତ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ପନିପରିବାଚାଷି ଓ ବ୍ୟବସାୟୀମାନେ ଶୁଭ ସୂଚନା ପାଇବେ । ରାଜନୀତିରେ ସଜାଗ ରହି ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ହାତେଇନେଇ ପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ବହୁତ କାମ ହାତକୁ ନେଇ ସଫଳତା ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ ଓ ଯଶପ୍ରାପ୍ତି ହେବ ।

ମିଥୁନ

କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ ।

କର୍କଟ

ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଶାରୀରିକ ସୁସ୍ଥତା ଅନୁଭବ କରିବେ । ଅଧିକାରୀ ଖୁସିହେବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ ।

ସିଂହ

ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିକ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ । ମହିଳାମାନେ ସମ୍ମାନ ପାଇବେ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ।

କନ୍ୟା

କାର୍ଯ୍ୟଗୁଡ଼ିକ ସହଜ ସରଳରେ ସମ୍ପାଦନ ହୋଇ ଲାଭଦାୟକ ହେବ । ଆମଦାନୀ, ରପ୍ତାନି ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଦୂରଯାତ୍ରାରେ ସଫଳତା ମିଳିବ । ଆକସ୍ମିକ ଧନଲାଭ ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିପାରେ । ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।

ତୁଳା

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଉଚ୍ଚଫଳ ପ୍ରାପ୍ତି ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ପନିପରିବାଚାଷି ଓ ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ । ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବୃଦ୍ଧି ପାଇବ । ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ ।

ବିଛା

ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ପାରିବାରିକସ୍ତର ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ମାନସିକସ୍ଥିତି ଭଲ ରହିବ । ବିଦ୍ୟାରେ ବନ୍ଧୁଙ୍କ ସାହାଯ୍ୟ କ୍ରମେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା ଅନେକ କାର୍ଯ୍ୟରେ ଲାଭପାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଆର୍ଥିକ ଦିଗରୁ ସୁବିଧା ହେବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ ।

ଧନୁ

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ତରବରିଆ ଭାବରେ କୌଣସି କାମ ନକରି ପ୍ରତ୍ୟେକ ପରିସ୍ଥିତିକୁ ଆଖିଆଗରେ ରଖି କାମ କରିବା ଭଲ ହେବ । ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି । ଅନ୍ୟାନ୍ୟ ଦିଗରୁ ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ ।

ମକର

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ସୁଖପ୍ରାପ୍ତି ହେବ ।

କୁମ୍ଭ

ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନର ବୃଦ୍ଧି ହେବ । ସାମାଜିକ ପତିଆରା ଅମଳିନ ରହିବ ।

ମୀନ

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମହିଳାମାନଙ୍କର ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

Leave a Reply

Your email address will not be published. Required fields are marked *