ଶୁକ୍ରବାର, 12 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଉତ୍ତମ ରୋଜଗାର ମିଳିବ ଓ ନୂତନ କର୍ମ ନିଯୁକ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ମହିଳାମାନେ କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ ।

ବୃଷ:-

ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ନୂତନ ଯୋଜନାରେ ସଫଳତା ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ ।

ମିଥୁନ:-

ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ଓ ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଦୂର ସ୍ଥାନକୁ ଯାତ୍ରା କରିବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ବ୍ୟବସାୟରେ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ । ଧାର୍ମିକ କାର୍ଯ୍ୟରେ  ରୁଚି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ମହିଳାମାନଙ୍କର ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସାମାଜିକ ପତିଆରା ଅମଳିନ ରହିବ ।

କର୍କଟ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଆୟ ଉପାର୍ଜନ ବୃଦ୍ଧି ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଦୂର ସ୍ଥାନକୁ ଯାତ୍ରା କରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

କନ୍ୟା:-

କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ସନ୍ତୋଷ ଅନୁଭବ କରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ମହିଳାମାନେ ଭଲ କାମ କରି ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ସାଧାରଣ ସ୍ଥିତି ରହିବ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।

ତୁଳା:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ବିଛା:-

ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟର ସମାଧାନ ହେବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ ।

ଧନୁ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ମକର:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ ।

କୁମ୍ଭ:-

ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ ଓ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ ।

ମୀନ:-

ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ଉତ୍ତମ ରୋଜଗାର କରିପାରିବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ ।

Leave a Reply

Your email address will not be published. Required fields are marked *