ଶୁକ୍ରବାର, 14 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।   ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି  ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ବୃଷ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଧନହାନୀ ହେବାର ଯୋଗ ଅଛି । ପରିବାରରେ ଅଶାନ୍ତି ଦେଖାଦେବ ଓ କୁଟୁମ୍ବରେ ବାଦବିବାଦ ଲାଗିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ ।

ମିଥୁନ:-

ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ ।  ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ ।   ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ ।   ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ ।   ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ ।

କର୍କଟ:-

ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆକସ୍ମିକ ଧନପ୍ରାପ୍ତିହେବ ବା ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ଫଳରେ ପ୍ରଶଂସିତ ହେବେ । ଦୂରଯାତ୍ରାରେ ଲାଭପାଇବେ । ଗୃହ ନିର୍ମାଣ କରି ପାରିବେ । ଖାଇବା ପିଇବାରେ ସନ୍ତୁଳନ ହେବେ ଓ ପେଟ ରୋଗ ଦେଖାଦେଇ ପାରେ ।

ସିଂହ:-

ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଆର୍ଥିକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟିକକ୍ଷେତ୍ରରେ ସ୍ଥିତି ସୁଧୁରିବା ସହ ଉନ୍ନତିହେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପଢାପଢିରେ ମନ  ଲାଗି ରହିବ ଓ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ରହିଛି । ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ ।   ଗୁରୁଜନ କେହି ସନ୍ତୁଷ୍ଟ ରହିବେ ।   ନାନା ବାଟରେ ଧନାଗମ ଘଟିବ ।  ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ ।  କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ ।

ତୁଳା:-

ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ।   ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି  କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ ।  ଧାନ, ଗହମ, ବାଜରା, ମକା, ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ନିଜ ଲୋକମାନେ ପରଭଳି ବ୍ୟବହାର କରିବେ । ହଠାତ୍ ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିବ । ପ୍ରତିକାର : ବୃଦ୍ଧ ବୃଦ୍ଧାଙ୍କର ସେବା କରନ୍ତୁ ।

ବିଚ୍ଛା:-

ବ୍ୟବସାୟୀମାନେ ଘର ଅପେକ୍ଷା  ବ୍ୟବସାୟକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ ।

ଧନୁ:-

ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ରାଜନୀତିରେ ଅଧିକ ପରିଶ୍ରମ କରିବା ଫଳରେ କୃତକାର୍ଯ୍ୟ ହେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସନ୍ତାନମାନେ ଉନ୍ନତି କରିବେ ।   ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

ମକର:-

ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ ।   କୌଣସିଥିରେ ଅଭିମାନ ନଥାଇ ସନ୍ତାନମାନେ ସୁନାମ ଅର୍ଜନ କରିବେ ।   ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ ।   ଋଣଭାରରୁ ମୁକ୍ତି ପାଇବେ ।   ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ ।   ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କଲେମଧ୍ୟ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ।

କୁମ୍ଭ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସଫଳତା ଅର୍ଜନ ଓ ଆର୍ଥିକ ଉନ୍ନତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନଙ୍କର ନୂତନ ସମ୍ବନ୍ଧ ସୃଷ୍ଟିହେବ ଓ ଖୁସିର ବାତାବରଣ ସ୍ଥାୟି ରହିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

Leave a Reply

Your email address will not be published. Required fields are marked *