ଶୁକ୍ରବାର, 19 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଅଭାବ-ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ବାଦ, ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ବୃଷ

ବକେୟା ଅର୍ଥ ମିଳିବା ଯୋଗେ ମନ ପ୍ରଫୁଲ୍ଲ ରହିବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । କୋର୍ଟ କଚେରୀରେ ସଫଳତା ମିଳିବ । ଦୂର ଯାତ୍ରାରେ ସଫଳ ହେବେ । କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ । ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ ।

ମିଥୁନ

ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ । ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ । ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ । ବ୍ୟବସାୟରେ ସତକଥା କହି ପ୍ରବଳ ଧନଲାଭ ସହ ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ ।

କର୍କଟ

ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଦୂର ଯାତ୍ରାକରି କାର୍ଯ୍ୟ ପୂରଣ ହେବ, ପଦବୀ ସମ୍ବନ୍ଧିତ ଶୁଭ ସମାଚାର ପାଇବେ ଓ ପ୍ରଶଂସିତ ହେବେ ।

ସିଂହ

ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ବିଦ୍ୟାର୍ଥିମାନେ ସଫଳ ହେବେ । ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ । ନୂତନକର୍ମ ନିଯୁକ୍ତି ପାଇବାର ଆଶା ପୂରଣ ହେବ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ ।

କନ୍ୟା

ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ବ୍ୟବସାୟରେ ଉତ୍ତମ ରୋଜଗାର ହେବ । କର୍ମକ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ପାଇବ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିଆନନ୍ଦିତ ହେବେ ।

ତୁଳା

ଚାକିରୀ କ୍ଷେତ୍ରରେ ଅର୍ଥ ସମ୍ପର୍କୀୟ ସମସ୍ୟା ସମାଧାନ ହୋଇ ପାରେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଆନନ୍ଦ ପାଇବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ।

ବିଛା

ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଉତ୍ସାହ ସହ ଆଗେଇବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ । ଅଧ୍ୟୟନ ପାଇଁ ତତ୍ପର ହେବେ ।

ଧନୁ

କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟକ୍ଷେତ୍ରରେ ସଫଳ ହେବେ । ଆର୍ଥିକ ସ୍ଥିତି ଭଲ ରହିବ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ । ପୂର୍ବ କଳହର ସମାଧାନ ହେବ । ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ । କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ ।

ମକର

ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଦୁଇଗୁଣ ଉତ୍ସାହ ସହ ଆଗେଇବେ । ଆର୍ଥିକପରିସ୍ଥିତିରେ ଉନ୍ନତି ହେବ । କର୍ମଚାରୀମାନେ ପଦୋନ୍ନତି ପାଇବାର ସୂଚନା ପାଇବେ । ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ ।

କୁମ୍ଭ

ଦୂରଯାତ୍ରା କରିବେ, ଉଦ୍ଵେଶ୍ୟ ପୂର୍ଣ୍ଣ ହେବ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ମାନସିକ ଶାନ୍ତି ଓ ଶରୀର ଭଲ ରହିବ । ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ । ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ ।

ମୀନ

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ସମ୍ମାନ ପାଇ ସାମାଜିକ ପତିଆରା ଅମଳିନ ରହିବ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ବ୍ୟବସାୟରେ ସାମାନ୍ୟ ଲାଭ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ଜୟଲାଭ ହେବ ।

Leave a Reply

Your email address will not be published. Required fields are marked *