ଶୁକ୍ରବାର, 2 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ ।

ବୃଷ

ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ମିଥୁନ

ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଶୁଭ ସମ୍ବାଦପାଇ ଖୁସିହେବେ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

କର୍କଟ

ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି ।

ସିଂହ

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ବିଭିନ୍ନ ପ୍ରକାର ସମସ୍ୟାଦେଇ ଗତି କରିବେ ।

କନ୍ୟା

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି ।

ତୁଳା

କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ ।

ବିଛା

କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ଧନୁ

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ ।

ମକର

ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟମାନେ ଅଧିକ ଲାଭ କରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ

କୁମ୍ଭ

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ ।

ମୀନ

କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ ।

Leave a Reply

Your email address will not be published. Required fields are marked *