ଶୁକ୍ରବାର, 26 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।

ବୃଷ

ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ।

ମିଥୁନ

ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ ।

କର୍କଟ

ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ ।

ସିଂହ

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ଆୟରସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ନୂତନଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ ।

କନ୍ୟା

ଆୟ ଉପାର୍ଜ୍ଜନର ବୃଦ୍ଧି ଓ ବ୍ୟବସାୟରେ ଉନ୍ନତି ହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ତୁଳା

ମହିଳାମାନେ ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତା ହେବେ । ଆର୍ଥିକ ଦିଗରୁ ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । କର୍ମରେ ସନ୍ତୋଷ, ମାନସିକ ଦୁଶ୍ଚିନ୍ତା ଦୂର, ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ପରିବାରରେ ଆୟବୃଦ୍ଧି ହେତୁ ଧନ ସଞ୍ଚୟ କରି ପାରିବେ । ବ୍ୟବସାୟରେ ଆଶାତିତ ଲାଭ ଦେଖାଦେବ ।

ବିଛା

କର୍ମ କ୍ଷେତ୍ରରେ ପଦନ୍ନୋତି ସହ ସ୍ଥାନପରିବର୍ତ୍ତନର ସୂଚନା ପାଇ ପାରନ୍ତି । ସ୍ୱାସ୍ଥ୍ୟରେଉନ୍ନତି, ମାନସିକ ଶାନ୍ତି ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ ।

ଧନୁ

ରାଜନୀତିରେ ସଫଳତା ମିଳିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରି ପାରନ୍ତି । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବା ସହ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପାରିବାରିକକ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ ।

ମକର

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ ।

କୁମ୍ଭ

ଆର୍ଥିକଦିଗରୁ ସୁବିଧା ହେଲେ ମଧ୍ୟ ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ମନକୁଆଘାତ ଲାଗିଲାପରି କଥା ଶୁଣିବେ ।

ମୀନ

ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପୁରାତନରୋଗର ଉପଶମ ମିଳିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।

Leave a Reply

Your email address will not be published. Required fields are marked *