ଶୁକ୍ରବାର, 27 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ବୃଷ

ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ନୂତନ କର୍ମ ନିଯୁକ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ମିଥୁନ

ଉତ୍ତମ ରୋଜଗାର ମିଳିବ । ମହିଳାମାନେ ଉତ୍ତମ ଗୃହିଣୀ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ ।

କର୍କଟ

ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ ।   ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ ।

ସିଂହ

ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

କନ୍ୟା

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା

ଆକସ୍ମିକ ଧନ ପ୍ରାପ୍ତି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ ।   ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ ।

ବିଛା

ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।   କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ଧନୁ

ମହିଳା ମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ନୂତନ ଆୟପନ୍ଥା ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଆନନ୍ଦିତ ହେବେ ।   ଆମୋଦ-ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ ।

ମକର

ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ।   ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

କୁମ୍ଭ

ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ଲାଭବାନ୍ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ମହିଳାମାନେ ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ ।

ମୀନ

ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ । ମହିଳାମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତା ହେବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ଆନନ୍ଦିତ ହେବେ ।

Leave a Reply

Your email address will not be published. Required fields are marked *