ଶୁକ୍ରବାର, 3 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ ଓ ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ମହିଳାମାନେ ଶାନ୍ତିପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।

ବୃଷ

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ପାରିବାରିକ କ୍ଷେତ୍ରରେ ଆର୍ଥିକ ସ୍ଥିତି ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନଙ୍କର ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ ।

ମିଥୁନ

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ ।

କର୍କଟ

କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ସାମାଜିକ କାର୍ଯ୍ୟରେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ ।

ସିଂହ

ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଦୂରଯାତ୍ରାରେ ଲାଭପାଇବେ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ଖାଇବା ପିଇବାରେ ସନ୍ତୁଳନ ହେବେ ।

କନ୍ୟା

କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପଦୋନ୍ନତିର ସଙ୍କେତ ପାଇବେ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଅର୍ଥଲାଭର ମାର୍ଗ ଖୋଲିଯିବ । ଶୁଭ ସମାଚାର ମିଳିବ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ ।

ତୁଳା

କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନଖୁସି ରହିବ । ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି । ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ ।

ବିଛା

ପାରିବାରିକସ୍ଥିତି ସାମାନ୍ୟ ବଦଳିବ । ଦୂରଯାତ୍ରାର ସୁଯୋଗ ମିଳିବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । ମହିଳାମାନେ ଶାନ୍ତିପାଇବେ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଅନେକ ଦିଗରୁ ଖୁସି ମିଳିବ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ଧନୁ

ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମନୋକାମନା ପୂରଣ ହେବ ଓ ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ ।

ମକର

ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ । ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ । ମହିଳାମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ ।

କୁମ୍ଭ

ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ ।

ମୀନ

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଧୀରେ-ଧୀରେ ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ । ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମହିଳା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ । କର୍ମଖେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ରାଜନୀତିରୁ ଲାଭ ମିଳିବ ।

Leave a Reply

Your email address will not be published. Required fields are marked *