ଶୁକ୍ରବାର, 31 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

ବୃଷ:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଭଲଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ମନରେ ଅଶାନ୍ତି ଅସନ୍ତୋଷ ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ ହେବ । ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ । ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହୋଇପାରେ ।

ମିଥୁନ:-

କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ ।

କର୍କଟ:-

ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ । ଅଚାନକ ଧନ ପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ ।

ସିଂହ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ । ପରିବାରରେ କଳହ ମେଣ୍ଟିଯିବ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।

କନ୍ୟା:-

ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ ।

ତୁଳା:-

ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆଶା କରିଥିବା କାର୍ଯ୍ୟଟି ଆଜି ପୂରଣ ହେବ । ଶୁଭ ସମାଚାର ପାଇ ଖୁସି ହେବେ ।

ବିଛା:-

ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ସନ୍ତାନଙ୍କ ଶୁଭ ଖବର ପାଇବା ଫଳରେ ଖୁସି ହେବେ । ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ । ବାଣିଜ୍ୟ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବାର ଯୋଗ ଅଛି । ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ ।

ଧନୁ:-

ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ।

ମକର:-

ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ସଫଳତା ମିଳିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ । ପାରିବାରିକ ପରିସ୍ଥିତି ଠିକ୍ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ ।

ମୀନ:-

କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ।   ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ ।

Leave a Reply

Your email address will not be published. Required fields are marked *