ଶୁକ୍ରବାର, 5 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ରାଜକୀୟ ମାମଲାରେ ସଫଳତା ମିଳିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ।

ବୃଷ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

ମିଥୁନ:-

ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ।

କର୍କଟ:-

ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ଶତୃମାନେ ଦୂର ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରୋଜଗାରରେ ଉନ୍ନତି ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଜନସମ୍ପର୍କ ସୁଦୃଢ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ସିଂହ:-

କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର  ବିବାହ ପ୍ରସ୍ତାବ  ସ୍ଥିର ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।   ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । କୃତକର୍ମ ନିମନ୍ତେ ଅନୁଶୋଚନା କରି ପାରନ୍ତି । କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ ।

କନ୍ୟା:-

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ ।

ତୁଳା:-

କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ  ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ନୂତନ ବସ୍ତୁ କ୍ରୟ କରିପାରିବେ ।

ବିଛା:-

ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ସର୍ବୋପରି ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ । ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ।

ଧନୁ:-

ଅଧିକ  ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ ।

ମକର:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ଉପଯୋଗ କରି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବୃଦ୍ଧି ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:- ଅସହାୟକୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ସରକାରୀ କାମରେ ସଫଳତା ମିଳିବ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଉନ୍ନତି ହେବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଓ ଯୁବତୀମାନଙ୍କର  ବିବାହ ପ୍ରସ୍ତାବ  ସ୍ଥିର ହେବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ ।

ମୀନ:-

ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ ।

Leave a Reply

Your email address will not be published. Required fields are marked *