ସୋମବାର, 11 ମାର୍ଚ୍ଚ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଯୁବକ ଯୁବତୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରିବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ମହିଳାମାନଙ୍କର କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ ।

ବୃଷ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ । ପାରିବାରିକ ପତିଆରା ଭଲ ରହିବ । ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ଯୁବକ ଯୁବତୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ।

ମିଥୁନ:-

ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ ।

କର୍କଟ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ଦୂରଯାତ୍ରାରେ ସଫଳ ହେବେ । ଆୟ ଉପାର୍ଜନରେ ବାଧା ନାହିଁ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂର ହୋଇ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଭଲ କାମ କରି ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ ।

ସିଂହ:-

ବ୍ୟବସାୟରେ ସାମାନ୍ୟ ଲାଭ ଓ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବର ଅଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁଙ୍କର ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ ।

କନ୍ୟା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ ।

ତୁଳା:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ଲାଗିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ ।

ବିଛା:-

ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶତୃମାନେ ପରାଜିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ତୀର୍ଥାଟନ କଲେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କ ସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । ରାଜନୀତି କାର୍ଯ୍ୟରେ ସଫଳତା ମିଳିବ ।

ମକର:-

ସ୍ଥଳ ବିଶେଷରେ ଦୂରସ୍ଥାନ ବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବ । ଧନଲାଭ ହେବାରୁ ଖୁସି ହେବେ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ସାମାଜିକ ଉତ୍ସବରେ ଯୋଗ ଦେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ।

କୁମ୍ଭ:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ ।

ମୀନ:-

ବ୍ୟବସାୟରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ବିରୋଧୀମାନେ ହଇରାଣ ହେବେ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ହସଖୁସିରେ ସମୟ ବିତାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ ।

Leave a Reply

Your email address will not be published. Required fields are marked *