ସୋମବାର, 14 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ
ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କର୍ମ କ୍ଷେତ୍ରରେ ଉନ୍ନତି କରି ପାରିବେ । ନ୍ୟାୟ ମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ ଓ ଆଳସ୍ୟ ପରାୟଣ ବୃଦ୍ଧି ପାଇବ । ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ । ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି ।

ବୃଷ
ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ।

ମିଥୁନ
ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ଜାଗା, ଜମି, ଗୃହ, ବାହନ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇ କ୍ରୟ ବିକ୍ରୟ କରି ପାରନ୍ତି । ଦୂରଯାତ୍ରାରେ ସଫଳ ହେବେ । ବ୍ୟବସାୟରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।

କର୍କଟ
ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ମହିଳାମାନେ ହସଖୁସିରେ ସମୟ ବିତାଇବେ ଓ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ।

ସିଂହ
ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ ଓ ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିଲେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

କନ୍ୟା
ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ମାଲିମକଦ୍ଦମା ରେ ଆଶା ମୁତାବକ ଫଳ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବା ଫଳରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ ଓ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ।

ତୁଳା
ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ ସହକର୍ମୀଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବା ଦ୍ଵାରା ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।

ବିଛା
ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ମହିଳାଙ୍କ ମାନସିକସ୍ଥିତି ଭଲ ରହିବ । ରାଜନୀତିରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ।

ଧନୁ
ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ଆୟର ସ୍ରୋତ ଖୋଲି ଯିବ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରି ଉଚ୍ଚ ପ୍ରଶଂସିତ ହେବେ । ସରକାରୀ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରି ବାରିକ ଜୀବନରେ ସୁଖଶାନ୍ତି ମିଳିବ ।

ମକର
କଳା, ସଙ୍ଗୀତ, ପରୀକ୍ଷା, ପ୍ରତିଯୋଗିତାରେ ସୁନାମ ଅର୍ଜନ କରିବେ । ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନ ମନାନ୍ତର ମେଣ୍ଟିଯିବ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ । ଆର୍ଥିକ ସହାୟତା ପାଇ ପ୍ରିୟବନ୍ଧୁଙ୍କୁ ସାହାଯ୍ୟ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ।

କୁମ୍ଭ
ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ରାଜନୈତିକ କ୍ଷେତ୍ରରେ ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ।

ମୀନ
ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଘରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ କରି ପ୍ରଶଂସା ପାଇବେ । ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ ।

Leave a Reply

Your email address will not be published. Required fields are marked *