ସୋମବାର, 15 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ ଓ ପରିସ୍ଥିତି ବଦଳିଯିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଓ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ ।

ବୃଷ:-

ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନଙ୍କର ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି ।

ମିଥୁନ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ  ଚେଷ୍ଟା କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ ।

କର୍କଟ:-

ବ୍ୟାପାରରେ ପ୍ରଚୁର ଲାଭ ହେବ । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ ।

ସିଂହ:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷ୍ୟାତି ବଢିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ । ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ । ପରିବାର ହିତପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

କନ୍ୟା:-

କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । ଇଛା ବିରୋଧରେ କୌଣସି କର୍ମନକରି ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗଦେବେ । ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ । ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ମହିଳାମାନେ କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ ।

ତୁଳା:-

ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ । ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । ସାମାଜିକ ପତିଆରା ଅମଳିନ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର କ୍ଷେତ୍ର ସୁଦୃଢ ହେବ । ମହିଳାମାନଙ୍କର ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ରାଜନୈତିକ କ୍ଷେତ୍ରରେ ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ ।

ବିଚ୍ଛା:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବ୍ୟବସାୟସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରିର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ମହିଳାମାନଙ୍କର ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଓ ଯଶ ମିଳିବା ସହ ସାମାଜିକ ପତିଆରା ଅମଳିନ ରହିବ ।

ମକର:-

ବ୍ୟବସାୟକ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ମହିଳାମାନେ ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ । କୌଣସି ଧାର୍ମିକସ୍ଥାନରେ ବହୁତ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ ।

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ ।

ମୀନ:-

ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ପରିବାର ସମ୍ବନ୍ଧୀୟ କେତେକ ସମସ୍ୟା ଆତ୍ମୀୟଙ୍କ ସହ ଯୋଗରେ ସମାଧାନ ହେବ । ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।

Leave a Reply

Your email address will not be published. Required fields are marked *