ସୋମବାର, 17 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ମହିଳାମାନେ ହସ ଖୁସିରେ ଚଳିବେ । ପରିବାରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ ।

ବୃଷ:-

ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ । ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ । କର୍ମ ବ୍ୟବସାୟ ପାଇଁ ଯାତ୍ରା କରିବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ ।

ମିଥୁନ:-

ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ସତର୍କ ରହିଲେ ଆର୍ଥିକ ଭାରସାମ୍ୟ ରକ୍ଷାକରି ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ ।

କର୍କଟ:-

ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ । ସମସ୍ତପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ  ସମ୍ମାନିତ ହୋଇପାରନ୍ତି । ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ । ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି । ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ ।

ସିଂହ:-

ପଦୋନ୍ନତିର ସମ୍ଭାବନା ରହିଛି । ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀ ମାନେ ଦ୍ଵିଗୁଣ ଲାଭ କରିବେ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ ।

କନ୍ୟା:-

କର୍ମ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ସ୍ତ୍ରୀ ଓ ସନ୍ତାନଙ୍କର ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ନତୁବା ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ । ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ କରିବେ ।

ତୁଳା:-

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବ ।

ବିଛା:-

ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିଲେ ଆକସ୍ମିକ ଧନ ପ୍ରାପ୍ତି ହେବ । ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ।

ଧନୁ:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ ।

ମକର:-

କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ । ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ।

କୁମ୍ଭ:-

ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ । ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ନୂତନ ସମ୍ପତି କ୍ରୟ କରିବେ ।

ମୀନ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ , ରାଜନୀତି , ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ ଓ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ  ଶତୃମାନେ ତଳମୁହାଁ ହେବେ ।

Leave a Reply

Your email address will not be published. Required fields are marked *