ସୋମବାର, 23 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ।

ବୃଷ

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ ।

ମିଥୁନ

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ ।

କର୍କଟ

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ ।

ସିଂହ

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।

କନ୍ୟା

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବିରୋଧିମାନେ ଦୂରେଇ ଯିବେ । ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ ।

ତୁଳା

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ପ୍ରିୟଜନଙ୍କ ସହ ମିଳନ ହେବ । ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନେ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇବେ । ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ । ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଉତ୍ତରଦାୟିତ୍ୱ ବଢ଼ିବ ।

ବିଛା

ନୂଆ ଯୋଜନାରେ ସଫଳ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ ।

ଧନୁ

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ ।

ମକର

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ ।

କୁମ୍ଭ

ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ମୀନ

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ରାଜନୀତିରେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ମହିଳାମାନେ ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

Leave a Reply

Your email address will not be published. Required fields are marked *