ସୋମବାର, 3 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ।

ବୃଷ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ ।

ମିଥୁନ:-

ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ ।

କର୍କଟ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କର୍ମକ୍ଷେତ୍ରରେ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।

ସିଂହ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର  ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନଙ୍କର କାରବାର ବଢିବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ । ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ । ପାରିବାରିକ କ୍ଷେତ୍ରରେ ସ୍ଣେହ  ସଦ୍ଭାବର ଅଭାବ ଦେଖାଦେବ ।

କନ୍ୟା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳରୁ  ଦୂରେଇ ଯିବେ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ ।

ତୁଳା:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ । କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ । ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ବିଚ୍ଛା:-

ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ । ଶତୃମାନେ ପରାଜିତ ହେବେ ।

ଧନୁ:-

ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ ଓ ବକେୟା ଅର୍ଥ ଆଦାୟ ହେବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । ବିଦେଶ ଯାତ୍ରାରେ ଲାଭ ପାଇବେ ।

ମକର:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ ।   ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ ।

କୁମ୍ଭ:-

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଯଶର ସହ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ । ବ୍ୟବସାୟରେ  ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ ।

ମୀନ:-

ନୂତନ ସଂସ୍ଥାର ଆୟୋଜନ କରିବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ।   ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ । ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ । ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।

Leave a Reply

Your email address will not be published. Required fields are marked *