ସୋମବାର, 30 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ସଭାସମିତି, ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ ।

ବୃଷ

ନୂଆ ଚାକିରୀ ମଧ୍ୟ ମିଳିପାରେ । ନୂତନ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପରେ ।

ମିଥୁନ

କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ ।   ଘରଲୋକଙ୍କୁ ବିଶ୍ଵାସ କରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ ।

କର୍କଟ

ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବି ବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ସିଂହ

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଚାକିରୀ ହେବାର ସୂଚନା ମିଳିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପୁରୁଣା ନିବେଶ ଲାଭ ଦେବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ ।   ବ୍ୟବସାୟରେ ଆଶାତୀତ ଲାଭହେବ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ ।

କନ୍ୟା

ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ ।   ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ।

ତୁଳା

କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।   ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି ।

ବିଛା

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହେବ ।

ଧନୁ

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ ।

ମକର

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

କୁମ୍ଭ

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ ।   ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ।

ମୀନ

ମହିଳା ମାନଙ୍କର ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଦୂରସ୍ଥାନକୁ ଯାତ୍ରା କରିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପରିବାରରେ ସୁଖଶାନ୍ତି ଫେରି ଆସିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

Leave a Reply

Your email address will not be published. Required fields are marked *