ସୋମବାର, 5 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ମାନସିକ ଏକାଗ୍ରତା ବଜାୟ ରହିବ ।

ବୃଷ

ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

ମିଥୁନ

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାଜନୀତିରେ ପ୍ରଶଂସିତ ହେବା ସହ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମହିଳାମାନଙ୍କର ମିଷ୍ଟାନ ଭୋଜନପ୍ରାପ୍ତି ଓ ଉଚ୍ଚଆଶା ପୂରଣ ହେବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

କର୍କଟ

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିଜମା ପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରେ । ପୁରାତନ ରୋଗର ପ୍ରକୋପ ହ୍ରାସ ଯୋଗେ ସ୍ୱାସ୍ଥ୍ୟରେ ଊନ୍ନତି, ମାନସିକ ସ୍ଥିରତା ଦେଖାଦେବ ।

ସିଂହ

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।

କନ୍ୟା

ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳ ହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସୁଖ ଶାନ୍ତିରେ ଦିନଟି କାଟିବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ ।

ତୁଳା

ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ସୃଷ୍ଟି ହେବ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ଅପଦସ୍ଥ କରିବେ ।

ବିଛା

ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ବ୍ୟବସାୟରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ଧନୁ

ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବା ସହ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧା, ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହେବାସହ ନିଜଲୋକଙ୍କ ମିତ୍ରାତା ଫଳରେ ମନରକ୍ଷୋଭ ଓ ହତାଶଭାବ ଦୂରେଇ ଯିବ । ଶରୀର ଭଲ ରହିବା ସହ ଆୟ ବୃଦ୍ଧିପାଇବ । ଯେକୌଣସି ନୂତନକାର୍ଯ୍ୟ ଆରମ୍ଭ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭଫଳ ଦାଯକ ହେବ । ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ମକର

ବ୍ୟବସାୟରେ ଶ୍ରମ ସାର୍ଥକ ହେବା ଫଳରେ ଆୟ ବଢିବ । କର୍ମ କ୍ଷେତ୍ରରେ ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ପ୍ରାପ୍ତି ଓ ଆର୍ଥିକ ସମସ୍ୟା ଦୂର ହେବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ ।

କୁମ୍ଭ

ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୈତିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ ।

ମୀନ

ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ନୂତନ ଗୃହ ନିର୍ମାଣ କରିବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ।

Leave a Reply

Your email address will not be published. Required fields are marked *