ସୋମବାର, 7 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ । ମହିଳା ମାନଙ୍କର ସମସ୍ତ ସମସ୍ୟା ଅପସରି ଯିବ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ । ପରିବାରରେ କଳହ ମେଣ୍ଟିଯିବ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ ।

ବୃଷ

ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଶୁଭ ସମାଚାର ପାଇ ଖୁସି ହେବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ ।

ମିଥୁନ

ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ ।

କର୍କଟ

ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ବିକ୍ରୟ କରିବାର ସୁଯୋଗ ପାଇବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ । ପାରିବାରିକ ପରିସ୍ଥିତି ଠିକ୍ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ ।

ସିଂହ

ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ସାମାଜିକ ପତିଆରା ଅମଳିନ ରହିବ । କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ । ଫଲ୍ୟ ହେବ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ ।

କନ୍ୟା

ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ ଓ କର୍ମକ୍ଷେତ୍ରଟି ସୁଦୃଢ ହେବ ।

ତୁଳା

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଦୂରସ୍ଥାନକୁ ଯାତ୍ରା କରିବେ ।

ବିଛା

ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ ।

ଧନୁ

ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ । କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ମକର

ଅନ୍ୟର ଉପକାର କରି ପ୍ରଶଂସା ପାଇବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।

କୁମ୍ଭ

ନୂତନ ପ୍ରକଳ୍ପ ଆରମ୍ଭ କରିପାର ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାର ଯାହା କି ତୁମ ପାଇଁ ପ୍ରଚୁର ଲାଭ ଆଣିଦେବ । ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ । ନିଜର ଉଚ୍ଚାଧିକାରୀ ଓ ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବ । ନୂତନ ଉପାର୍ଜନକ୍ଷମ ହେବ ଯାହାକି ତୁମ ଜୀବନର ଗତିକୁ ବଦଳାଇ ଦେବ । ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବ । ବ୍ୟବସାୟିକ କ୍ଷେତ୍ରରେ ତୁମେ ଅଧିକ ଉନ୍ନତିର ପଥରେ ଅଗ୍ରସର ହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ ।

ମୀନ

ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ । ଶୁଭ ଖବର ପାଇ ଖୁସି ହେବେ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟ କ୍ଷେତ୍ରରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ।

Leave a Reply

Your email address will not be published. Required fields are marked *