ସୋମବାର, 8 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦ-ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଲାଭହେବ ଓ ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ବୃଷ:-

ବ୍ୟବସାୟରେ  ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ ।   ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଶତୃରବିନାଶ, ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ମହିଳାମାନେ ସୁଖ ଶାନ୍ତିରେ ଦିନଟି କଟାଇବେ ।

ମିଥୁନ:-

କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । ବନ୍ଧୁଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ଓ ସଫଳ ହେବେ ।

କର୍କଟ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ । ବାଦ ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ  ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦ-ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ।

କନ୍ୟା:-

ବକେୟା ଅର୍ଥ କିଛି ମିଳିବ । ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, ବ୍ୟବସାୟରେ ଉନ୍ନତି । ବାଦ-ବିବାଦ, କୋର୍ଟ-କଚେରୀ, ମାଲିମୋକଦ୍ଦମା ମାମଲା ସମାଧାନ ହୋଇଯିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାର ବଶବର୍ତି ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ ।

ତୁଳା:-

ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଆୟର ସ୍ରୋତ ବୃଦ୍ଧି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବେ । ପରିବାର ଭିତରେ ଜଗିରଖି ନଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହେବ ।

ବିଚ୍ଛା:-

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦ-ବିବାଦ, ମାଲିମୋକଦ୍ଦମା, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । ଦୂର ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଶୁଭକାମ କରି ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

ଧନୁ:-

ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ ଓ ଆର୍ଥିକ ଦିଗରୁ ସୁବିଧା ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ବାଦ-ବିବାଦ, ମାଲିମୋକଦ୍ଦମା, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।

ମକର:-

ମନରେ ଶାନ୍ତି ସନ୍ତୋଷ ଦେଖାଦେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେବା ଉଚିତ୍ । ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ ଓ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ବିଦେଶ ଯାତ୍ରାରେ ସଫଳ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ । ମହିଳାମାନେ କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ ।

ମୀନ:-

ପୁରାତନ ରୋଗର ଉପଶମହେବା ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହୋଇ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଦ୍ଵାରା କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ପ୍ରୟୋଗ କରି ଆଶାତୀତ ଲାଭ ପାଇବେ । ମାଲିମୋକଦ୍ଦମା, ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ ।

Leave a Reply

Your email address will not be published. Required fields are marked *