ସୋମବାର, 9 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି ।

ବୃଷ

ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଗୁରୁ ଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ । ଉତ୍ତର ଦାୟିତ୍ୱ ବଢ଼ିବ । ମହିଳାମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ ।

ମିଥୁନ

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।

କର୍କଟ

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟ ରେ ସମସ୍ୟା ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

ସିଂହ

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

କନ୍ୟା

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ରାଜନୀତିରୁ ଧନଲାଭ ହେବ ଓ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ ।

ତୁଳା

ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ପାରିବେ ।

ବିଛା

କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ଧନୁ

ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ । ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପାରିବାରିକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର କାମ ପଛକୁ ପକାଇ ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍କାମ କରିପାରନ୍ତି ।

ମକର

ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପାରନ୍ତି ।

କୁମ୍ଭ

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ଅଧିକାରୀ ଖୁସିହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମହିଳାମାନଙ୍କର ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ ।

ମୀନ

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ । ମହିଳାମାନଙ୍କର କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *